Webportal

ଆଇଏଏସ ସ୍ତରରେ ଅଦଳବଦଳ

0 236

ଓଡିଶା ସରକାର ଆଇଏଏସ୍‌ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ରାଜ୍ୟପାଳଙ୍କ ସଚିବ ତଥା କମିଶନର ଥିବା ଡ. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କୁ କେନ୍ଦ୍ରୀୟ ଡେପୁଟେଶନରେ ଯିବା ପାଇଁ ରିଲିଭ କରାଯାଇଛି। ସେ କେନ୍ଦ୍ରରେ ଜାତୀୟ ଖାଦ୍ୟ ସୁରକ୍ଷା ମିଶନ (ଏନ୍‌ଏଫ୍‌ଏସ୍‌ଏମ୍‌)ର ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଭାବେ ଦାୟିତ୍ୱ ନେବେ।ଜଳ ସମ୍ପଦ ସଚିବ ଅନୁ ଗର୍ଗଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଡ. ମେହେର୍ଦ୍ଦା ରାଜ୍ୟପାଳଙ୍କ ସଚିବ ତଥା କମିଶନର ଭାବେ କାର୍ଯ୍ୟ କରିବା ସହିତ ମହିଳା ଓ ଶିଶୁ ବିକାଶ ବିଭାଗର ସଚିବ ତଥା କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଉଥିଲେ।ଅନ୍ୟପକ୍ଷରେ ବରିଷ୍ଠ ଆଇଏଏସ୍‌ ଶାଶ୍ୱତ ମିଶ୍ରଙ୍କୁ ରାଜ୍ୟପାଳଙ୍କ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ସେ ଏବେ ଉଚ୍ଚଶିକ୍ଷା ବିଭାଗର ସଚିବ ଭାବେ କାର୍ଯ୍ୟ କରୁଛନ୍ତି।

Leave A Reply

Your email address will not be published.