Webportal

ଖରିଫ ଧାନ ସଂଗ୍ରହ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

କୃଷକ ସମୃଦ୍ଧି ଯୋଜନାରେ ଚାଷୀ ସର୍ବାଧିକ ଲାଭବାନ ହେବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

0 145

ଖରିଫ ଧାନ ସଂଗ୍ରହ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ।କୃଷକ ସମୃଦ୍ଧି ଯୋଜନାରେ ଚାଷୀ ସର୍ବାଧିକ ଲାଭବାନ ହେବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ।ଚଳିତ ବର୍ଷରେ ଏକ କୋଟି ମେଟ୍ରିକ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ।ଏମ୍‌ଏସ୍‌ପି ୩୧୦୦ ଟଙ୍କାରେ ଧାନ ସଂଗ୍ରହ ହେବ।ଇ-ବାହନ ଆପ୍‌ ଯୋଗେ ହେବ ଧାନସଂଗ୍ରହ କରୁଥିବା ଗାଡ଼ିର ଜିପିଏସ୍‌ ଟ୍ରାକିଂ।ଗୁଣବତ୍ତା ଯାଞ୍ଚ କରିବା ପାଇଁ ‘ଅଟୋମେଟିକ୍‌ ଗ୍ରେନ୍‌ ଆନାଲାଇଜର’ର ବ୍ୟବସ୍ଥା ହେବ।ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଖରିଫ୍‌ ଧାନ ସଂଗ୍ରହ ଓ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ୩୧୦୦ ଟଙ୍କା ଲାଗୁ ନେଇ ସମୀକ୍ଷା କରିଛନ୍ତି ।କୃଷକମାନଙ୍କ ହିତକୁ ଦୃଷ୍ଟିରେ ରଖି ଧାନର ବର୍ଦ୍ଧିତ ସର୍ବନିମ୍ନ ସହାୟକ ମୂଲ୍ୟ ଲାଗୁ ଓ ମଣ୍ଡିରେ ଧାନ ସଂଗ୍ରହ ପ୍ରକ୍ରିୟାର ସରଳୀକରଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଚଳିତ ବର୍ଷ ଏକ କୋଟି ମେଟ୍ରିକ ଟନ୍‌ ଧାନ ସଂଗ୍ରହର ଲକ୍ଷ୍ୟ ରଖାଯାଇଛି । ଏହାକୁ ଦୃଷ୍ଟିରେ ରଖି ଚାଷୀଙ୍କ ସୁବିଧା ପାଇଁ ମଣ୍ଡିରେ ସମସ୍ତ ପ୍ରକାର ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ କହିଥିଲେ । ସଂଗୃହିତ ଧାନକୁ ସୁରକ୍ଷିତ ରଖିବା ନିମନ୍ତେ ପର୍ଯ୍ୟାପ୍ତ ଗୋଦାମ ଗୃହ ନିର୍ମାଣ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । କୃଷକ ମାନଙ୍କ ସର୍ବାଧିକ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥାକୁ ସୁନିୟନ୍ତ୍ରିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।ସୂଚନାଯୋଗ୍ୟ ଯେ ସଂପ୍ରତି ରାଜ୍ୟରେ ୬୮ ଲକ୍ଷ ମେଟ୍ରିକ ଟନ୍‌ ଧାନ ଉତ୍ପାଦନ ହେଉଛି ।ଧାନ ମଣ୍ଡିକୁ ଯିବାର ୨୪ରୁ ୪୮ ଘଣ୍ଟା ମଧ୍ୟରେ ଏହାର ମୂଲ୍ୟ ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପଠାଯାଉଛି । ଏହି ପ୍ରକ୍ରିୟାରେ ଅଧିକ ସ୍ୱଚ୍ଛତା ଅବଲମ୍ବନ କରିବା ପାଇଁ ମଣ୍ଡିରେ ଧାନ ସଂଗ୍ରହରେ ବାୟୋମେଟି୍ରକ୍‌ ପଦ୍ଧତି ଓ ଆଧାର ସଂଯୋଗୀକରଣ ବ୍ୟବସ୍ଥା ହୋଇଛି ।ଇ-ବାହନ ଆପ୍‌ ଯୋଗେ ଧାନସଂଗ୍ରହ କରୁଥିବା ଗାଡ଼ିର ଜିପିଏସ୍‌ ସହାୟତାରେ ଟ୍ରାକିଂ କରାଯିବ । ଏହା ଦ୍ୱାରା ମଧ୍ୟସ୍ଥି ଓ ଦଲାଲଙ୍କ ଦୌରାତ୍ମ୍ୟ କମିବ । ଧାନସଂଗ୍ରହ ସମୟରେ ଧାନର ଗୁଣବତ୍ତା ଯାଞ୍ଚ କରିବା ପାଇଁ ‘ଅଟୋମେଟିକ୍‌ ଗ୍ରେନ୍‌ ଆନାଲାଇଜର’ର ବ୍ୟବସ୍ଥା ରହିବ ।ଏହାର ପ୍ରକ୍ରିୟାକରଣ ସମୟରେ କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟଯୋଗାଣ, ପଞ୍ଚାୟତିରାଜ, ରାଜସ୍ୱ ଆଦି ବିଭାଗର ଅଧିକାରୀମାନେ ଜିଲ୍ଲାମାନଙ୍କୁ ଯାଇ କ୍ଷେତ୍ର ସ୍ତରରେ ପ୍ରତ୍ୟକ୍ଷ ଯାଞ୍ଚ କରିବେ ଏବଂ କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ପିପିପି ମୋଡ଼୍‌ରେ ଗୋଦାମ ଗୃହ ନିର୍ମାଣ କରାଯିବା ନେଇ ବୈଠକରେ ଆଲୋଚନା ହୋଇଥିଲା ।ଏହି ସମୀକ୍ଷା ବୈଠକରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳସାମନ୍ତ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ୍ କମିଶନର ଶ୍ରୀ ଦେଓ ରଞ୍ଜନ କୁମାର ସିଂହଙ୍କ ସମେତ ସଂପୃକ୍ତ ବିଭାଗର ପ୍ରମୁଖ ସଚିବ ଏବଂ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.