Webportal

ଭାଲୁ ଆକ୍ରମଣରେ ଗୁରୁତର

0 286

ଅନୁଗୁଳ ଜିଲା ଛେଣ୍ଡିପଦା ବନାଞ୍ଚଳ ନୂଆଗାଁ ପଞ୍ଚାୟତ ଅନ୍ତର୍ଗତ ଭଟ୍ଟପାଳ ଗାଁରେ ଶନିବାର ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର। ସେ ହେଲେ ଭଟ୍ଟପାଳ ଗାଁର କାର୍ତ୍ତିକ ବେହେରା ଯିଏ ସକାଳେ ଘର ନିକଟସ୍ଥ ଆଉଁଳି ନଦୀ କୂଳରେ ଥିବା ବିଲକୁ ଯାଇଥିବା ବେଳେ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା। ତାଙ୍କ ଚିତ୍କାର ଶୁଣି ନିକଟସ୍ଥ ବିଲରେ କାମ କରୁଥିବା ଲୋକେ ସେଠାରେ ପହଞ୍ଚିବା ପରେ ଭାଲୁ ପଳାଇଯାଇଥିଲା। ଖବରପାଇ ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ତାଙ୍କୁ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ପ୍ରାଥମିକ ଚିକିତ୍ସା କରାଇଥିଲେ । ସେଠାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

Leave A Reply

Your email address will not be published.