Webportal

ରାଜ୍ୟରେ ଲଗାତାର ବଢୁଛି ସଂକ୍ରମଣ; ଆଜି ପୁଣି ହଜାରେ ପାର

0 178

ଗତକାଲି ଭଳି ଆଜି ବି ହଜାରେ ଉପରେ ରହିଛି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ। ଗତକାଲି ୧୦୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୪୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୮ଟି ଜିଲ୍ଲାରୁ ୧୦୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬୧ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Leave A Reply

Your email address will not be published.