Webportal

ସୋମବାର ଅପରାହ୍ନ ସୁଦ୍ଧା ଦଶଟି ଜିଲ୍ଲାକୁ ୟେଲୋ ୱାର୍ଣିଂ

0 224

ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୩୦ ତାରିଖ ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୦ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

Leave A Reply

Your email address will not be published.