Webportal

ଏଟିଏମ୍ ରୁ ୨୪ ଘଣ୍ଟା ମିଳିବ ରାସନ; ପ୍ରଥମେ ଭୁବନେଶ୍ୱରରୁ

0 164

ଏଣିକି ଏଟିଏମରୁ ଟଙ୍କା ବାହାରିବା ଭଳି ଶସ୍ୟ ମିଳିବ। ସେଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଲ ଟାଇମ ଗ୍ରେନ୍ (ଏଟିଜି) ବ୍ୟବସ୍ଥା କରାଯାଉଛି। ୨୪ ଘଣ୍ଟା ମିଳିବ ରାସନ। ପାଇଲଟ ପ୍ରକଳ୍ପ ଭୁବନେଶ୍ୱରରେ ଆରମ୍ଭ ହେବ। ଏଟିଏମରୁ ବାହାରିବ ଚାଉଳ। ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଏବଂ ସମବାୟ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ବେଳେ ଏହି ସୂଚନା ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ। ଏଥିସହ ବିନା ସୁଧରେ ଚାଷୀଙ୍କୁ ଋଣ ମିଳିବ। ରାଜ୍ୟର ସମସ୍ତ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏହା ଦ୍ୱାରା ଉପକୃତ ହେବେ ବୋଲି ବିଧାନସଭାରେ ସୂଚନା ଦେଇଛନ୍ତି ମନ୍ତ୍ରୀ ।

ବିଧାନସଭାରେ ଆଜି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ସମବାୟ ବିଭାଗର ଖର୍ଚ୍ଚ ଦାବି ଗୃହୀତ ହୋଇଛି। ଖାଦ୍ୟ ଯୋଗାଣ ବିଭାଗର ୧୨୦୫ କୋଟି ୨୯ ଲକ୍ଷ ୪୯ ହଜାର ଟଙ୍କା ହୋଇଥିବା ବେଳେ ସମବାୟ ବିଭାଗର ୧୯୪୧ କୋଟି ୧୪ ଲକ୍ଷ ୧୫ ହଜାର ଟଙ୍କା ବ୍ୟୟ ବରାଦ କରାଯାଇଛି। ଖର୍ଚ୍ଚ ଦାବି ଆଲୋଚନା ବେଳେ ବିଭାଗୀୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି ଖାଦ୍ୟ ସୁରକ୍ଷା ଯୋଜନାରେ ଓଡ଼ିଶା ଏକ ମଡେଲ ରାଜ୍ୟ ହୋଇଛି। ଦିନକୁ ଦିନ ଏହି ବ୍ୟବସ୍ଥାକୁ ଅଧିକ ସରଳୀକରଣ କରାଯାଉଛି। ଖାଦ୍ୟ ଓ ଶସ୍ୟ ରହୁଥିବା ଗୋଦାମ ଗୃହକୁ ଅଟୋମେସନ କରିବା ସହିତ କିପରି ଗୁଣାତ୍ମକ ଯୁକ୍ତ ଶସ୍ୟ ପହଞ୍ଚିବ ସରକାର ସେ ବ୍ୟବସ୍ଥା କରୁଛନ୍ତି।

Leave A Reply

Your email address will not be published.