Webportal

ଓଡ଼ିଶାରେ ପ୍ରତିଷ୍ଠା ହେବ ୧୨ଟି ନୂଆ ଇସ୍ପାତ କାରଖାନା

0 134

ରାଜ୍ୟରେ ପ୍ରତିଷ୍ଠା ହେବ ୧୨ଟି ନୂଆ ଇସ୍ପାତ କାରଖାନା। ପ୍ରତିଷ୍ଠା ହେବାକୁ ଯାଉଥିବା ଇସ୍ପାତ କାରଖାନା ମଧ୍ୟରେ ସୁନ୍ଦରଗଡ଼ରେ ସର୍ବାଧିକ ୩ଟି ରହିଥିବା ବେଳେ ଯାଜପୁରରେ ହେବ ୨ଟି କାରଖାନା। ସେହିପରି ଅନୁଗୁଳ, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ଢେଙ୍କାନାଳ, କେନ୍ଦୁଝର, ଜଗତସିଂହପୁର ଜିଲ୍ଲାରେ ଗୋଟିଏ ଲେଖାଏଁ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି।

ରାଜ୍ୟରେ ବର୍ତ୍ତମାନ ୫୧ଟି ଇସ୍ପାତ କାରଖାନା ରହିଥିବା ବେଳେ ସେଗୁଡ଼ିକର ବାର୍ଷିକ ଉତ୍ପାଦନ ୩୩.୧୨ ରହିଥିବା ସରକାର ସୂଚନା ଦେଇଛନ୍ତି।ବିଧାନସଭାରେ ବିଜେଡି ବିଧାୟକ ଧ୍ରୁବ ଚରଣ ସାହୁଙ୍କ ପ୍ରଶ୍ନରେ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଲିଖିତ ଉତ୍ତର ଦେଇଛନ୍ତି।

Leave A Reply

Your email address will not be published.