Webportal

ଜାତୀୟ ଜଳ ପୁରସ୍କାର ଘୋଷିତ

0 251

ଚଳିତ ବର୍ଷ ଜାତୀୟ ଜଳ ପୁରସ୍କାର ନିମନ୍ତେ ମଧ୍ୟପ୍ରଦେଶ ଶ୍ରେଷ୍ଠ ରାଜ୍ୟ ଓ ଓଡ଼ିଶାର ଗଞ୍ଜାମ ଜିଲ୍ଲାକୁ ଶ୍ରେଷ୍ଠ ଜିଲ୍ଲା ଭାବେ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି।

ଜଳ ଶକ୍ତି ମନ୍ତ୍ରାଳୟର ଜଳ ସମ୍ପଦ, ନଦୀ ବିକାଶ ଏବଂ ଗଙ୍ଗା ସଂରକ୍ଷଣ ବିଭାଗ ଦ୍ୱାରା ଚତୁର୍ଥ ଜାତୀୟ ଜଳ ପୁରସ୍କାର ପ୍ରଦାନ କରାଯିବ।। ଏଥିପାଇଁ ୧୧ଟି ବର୍ଗକୁ ଅନ୍ତର୍ଭୁକ୍ତ କରି ଚତୁର୍ଥ ଜାତୀୟ ଜଳ ପୁରସ୍କାର, ୨୦୨୨ ପାଇଁ ବିଭାଗ ମିଳିତ ବିଜେତାଙ୍କ ସମେତ ମୋଟ ୪୧ ବିଜେତାଙ୍କ ନାମ ଘୋଷଣା କରାଯାଇଛି। ପ୍ରତ୍ୟେକ ପୁରସ୍କାର ବିଜେତାଙ୍କୁ ଏକ ପ୍ରଶସ୍ତି ପତ୍ର ଏବଂ ଟ୍ରଫି ସହିତ କିଛି ନିର୍ଦ୍ଦିଷ୍ଟ ବର୍ଗରେ ମଧ୍ୟ ନଗଦ ପୁରସ୍କାର ପ୍ରଦାନ କରାଯିବ।

ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖଡ ୧୭ ଜୁନ୍ ୨୦୨୩ରେ ଜଳ ଶକ୍ତି ମନ୍ତ୍ରାଳୟର ଜଳ ସମ୍ପଦ, ନଦୀ ବିକାଶ ଏବଂ ଗଙ୍ଗା ସଂରକ୍ଷଣ ବିଭାଗ ଦ୍ୱାରା ନୂଆଦିଲ୍ଲୀର ବିଜ୍ଞାନ ଭବନ, ପ୍ଲେନାରୀ ହଲରେ ଆୟୋଜିତ ଏକ ପୁରସ୍କାର ବିତରଣ ସମାରୋହରେ ଏହି ଚତୁର୍ଥ ଜାତୀୟ ଜଳ ପୁରସ୍କାର ପ୍ରଦାନ କରିବେ

Leave A Reply

Your email address will not be published.