Webportal

ରାହୁଲ ଗାନ୍ଧୀଙ୍କୁ ଜେଲଦଣ୍ଡ ମାମଲାରେ ଗୁଜରାଟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ

0 212

ରାହୁଲ ଗାନ୍ଧୀଙ୍କୁ ଜେଲଦଣ୍ଡ ମାମଲାରେ ଗୁଜରାଟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ ।ଗୁଜରାଟ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସର୍ବୋଚ୍ଚ କୋର୍ଟରେ ପିଟିସନ ଦାଏର କରିଥିଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ।ଆଜି ମାମଲାର ଶୁଣାଣି କରି ଗୁଜରାଟ ସରକାରଙ୍କୁ ନୋଟିସ ଜାରି କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ ।୧୦ ଦିନ ମଧ୍ୟରେ ଉତ୍ତର ରଖିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।2019ରେ କର୍ଣ୍ଣାଟକ କୋଲରରେ ମୋଦି ସାଙ୍ଗିଆକୁ ନେଇ ରାହୁଲଙ୍କ ବୟାନ ପରେ ଆଇପିସିର ଧାରା 499, 500 ଓ 504 ଅନୁସାରେ ମାମଲା ରୁଜୁ ହୋଇଥିଲା । ଗତ ମାର୍ଚ୍ଚ 23ତାରିଖରେ ମାନହାନି ମାମଲାରେ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ 2 ବର୍ଷ ଜେଲଦଣ୍ଡାଦେଶ ଦେଇଥିଲେ ସୁରତ ସିଜେଏମ କୋର୍ଟ । ଗୁଜରାଟ ହାଇକୋର୍ଟ ମଧ୍ୟ ତଳକୋର୍ଟଙ୍କ ରାୟ କାଏମ ରଖିଥିଲେ ।

Leave A Reply

Your email address will not be published.