Webportal

ପ୍ରବଳ ଛେଚିବ ବର୍ଷା ; ୪ ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

0 160

ଆଜି ପ୍ରତ୍ୟୁଷରେ ଉତ୍ତର ଓଡ଼ିଶା ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଏବଂ ବର୍ତ୍ତମାନ ଏହା ସଂପୃକ୍ତ ଅଞ୍ଚଳରେ ଜାରି ରହବା ସହ ଦକ୍ଷିଣ-ପଶ୍ଚିମ ମୌସୁମୀକୁ ଅଧିକ ସକ୍ରିୟ କରିଛି। ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ତେବେ, ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୪ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ଏବଂ ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୫ ତାରିଖ, ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଗଂଜାମ, ନୟାଗଡ଼, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ୪ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଏହି ସମୟ ମଧ୍ୟରେ କୋରାପୁଟ, ରାୟଗଡ଼ା, ଗଜପତି, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ପ୍ରଭୃତି ୧୦ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍‌ବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.