Webportal

ପଶ୍ଚିମା-ଝଡ଼ ପ୍ରଭାବ ରେ ୯ ଓ ୧୦ ତାରିଖରେ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

0 245

ପଶ୍ଚିମା-ଝଡ଼ ପ୍ରଭାବରେ ଆସନ୍ତା ୯ ଏବଂ ୧୦ ତାରିଖରେ କିଛି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୯ ତାରିଖରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଏବଂ ଯାଜପୁରରେ ବର୍ଷା ହୋଇପାରେ। ୧୦ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ,  ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱରକୁ ଚେତାବନୀ ଦିଆଯାଇଛି।

୭ ଓ ୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ଏବଂ ୯ ଓ ୧୦ ତାରିଖରେ ଆଭ୍ୟନ୍ତରୀଣ ସହ କିଛି ଉପକୂଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୧୦ ତାରିଖରେ ଖୋର୍ଧା ସମେତ ଉତ୍ତର ଉପକୂଳ ଓଡ଼ିଶାରେ ପଶ୍ଚିମା‌ ଝଡ଼ ପ୍ରଭାବ ଯୋଗୁଁ ପାଗ ମେଘୁଆ ସହ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।ପାଣିପାଗ କେନ୍ଦ୍ର କହିଛି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ହୋଲି ଦିନ (ବୁଧବାର) ବି ଏହି ସବୁ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇପାରେ। ଫଳରେ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିବ ଓ ପରିବେଶ ଥଣ୍ଡା ରହିବ।

Leave A Reply

Your email address will not be published.