Webportal

ଆରପାରିରେ ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ର

0 212

ଆରପାରିରେ ଓଡ଼ିଆ ଟେଲି ଜଗତର ଜଣାଶୁଣା ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ର । ବିଳମ୍ବିତ ରାତିରେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନ ହେବ କର୍କଟ ରୋଗ ସହ ଲଢେଇ କରି ଶେଷରେ ଆଖି ବୁଜୀଛନ୍ତି ଅଭିନେତ୍ରୀ ।

ଧାରାବାହିକ ‘ଉଆଁସୀ କନ୍ୟା’ରେ ଖଳନାୟିକା ଅଳକା ଭୂମିକା ନିଭାଇଓଡ଼ିଶାର ଘରେ ଘରେ ଲୋକପ୍ରିୟତା ହାସଲ କରିଥିବା ଏହି ଅଭିନେତ୍ରୀ ପରବର୍ତ୍ତୀ ସମୟରେ ‘ତୋ ପାଇଁ ମୁଁ’ ସିରିରୟଲରେ ତାରା ପଟ୍ଟନାୟକ ଚରିତ୍ରରେ ଅବତୀର୍ଣ୍ଣ ହୋଇ ହଇଚଇ ସୃଷ୍ଟି କରିଥିଲେ। ଅଭିନୟ ସାଙ୍ଗକୁ ତାଙ୍କ ସଂଳାପ କହିବାର ଶୈଳୀ ଓ ମୁଖଭଙ୍ଗୀ ଦେଖିଲେ ମନେହୁଏ ଖଳନାୟିକା ଚରିତ୍ରକୁ ଏହିପରି ଭାବେ ହିଁ ନ୍ୟାୟ ଦିଆଯାଇପାରେ। ତାଙ୍କ ଅଭିନୀତ ଅନ୍ୟ ଉଲ୍ଲେଖନୀୟ ଧାରାବାହିକଗୁଡ଼ିକ ଭିତରେ ରହିଛି ‘ବସୁନ୍ଧରା’, ‘ସଂସ୍କାର’, ‘ସ୍ୱାଭିମାନ’, ‘ଦେବୀ’, ‘କୁମକୁମ୍’ ଇତ୍ୟାଦି।

ସେ ପ୍ରଥମେ ଆଙ୍କରିଂ ଜରିଆରେ ଗ୍ଲାମର ଦୁନିଆକୁ ପ୍ରବେଶ କରିଥିଲେ ମଧ୍ୟ ଧାରାବାହିକରେ ହିଁ ବିଶେଷ ଲୋକପ୍ରିୟତା ହାସଲ କରିଥିଲେ।
ରାଜେଶ୍ୱରୀଙ୍କୁ କେତୋଟି ଚଳଚ୍ଚିତ୍ରରେ ବି ଦେଖିବାକୁ ମିଳିଥିଲା। ତାଙ୍କ ପ୍ରଥମ ଚଳଚ୍ଚିତ୍ର ହେଉଛି ବସନ୍ତ ସାହୁଙ୍କ ନିର୍ଦେଶିତ ‘ସତ୍ୟମେବ ଜୟତେ’। ଏହାପରେ ସେ ଏନ୍ ପାଢ଼ୀ ଙ୍କ ନିର୍ଦେଶିତ ‘ଆରେ ସାଥୀ ଆ’ ଓ ଅମିତ ନାୟକଙ୍କ ନିର୍ଦେଶିତ ‘ବ୍ଲାକମେଲ୍’ ଚଳଚ୍ଚିତ୍ରରେ ବି ନଜର ଆସିଥିଲେ।ତାଙ୍କୁ ମସ୍ତିଷ୍କ ଏବଂ ଫୁସଫୁସ୍ କର୍କଟ ହୋଇଛି ବୋଲି ସେ ପ୍ରାୟ ଅଢ଼େଇ ବର୍ଷ ତଳେ ତାଙ୍କ ଫେସବୁକ୍ ପେଜରେ ସୂଚନା ଦେଇଥିଲେ। ରାଜେଶ୍ୱରୀ ତାଙ୍କ ଫେସବୁକରେ ଦୁଇଟି ଫଟୋ ସେୟାର କରି ଲେଖିଥିଲେ, ‘ମୁଁ କର୍କଟ ସହ ଲଢ଼େଇ କରୁଛି। ଭଗବାନ ମୋ ସହ ଅଛନ୍ତି। ମୁଁ ମସ୍ତିଷ୍କ ଏବଂ ଫୁସ୍ଫୁସ୍ କର୍କଟରେ ପୀଡ଼ିତ ଓ ମୁଁ ଜାଣେ ମୁଁ ନିଶ୍ଚୟ ଜିତିବି। ମୁଁ ମୋ ନୂଆ ଲୁକରେ ଫେରିବି। ଭଗବାନ ମୋ ସହ ଅଛନ୍ତି। ଦୟାକରି ମୋତେ ଆଶୀର୍ବାଦ କରନ୍ତୁ।

Leave A Reply

Your email address will not be published.