Webportal

ଉପରମୁହାଁ ସଂକ୍ରମଣ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

0 237

କରୋନାକୁ ନେଇ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି ସଂକ୍ରମଣ। ଗତକାଲି ରାଜ୍ୟରୁ  ୩୮ ଜଣ କରୋନା ପଜିଟିଭ ଚିହ୍ନଟ ‌ହୋଇଥିବା ବେଳେ ଆଜି ୫୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।

ଆଜି ରାଜ୍ୟର ୧୧ଟି ଜିଲ୍ଲାରୁ ୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୧୯ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬ ଜଣ ଚିହ୍ନଟ ହୋଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧରୁ ଜଣେ, କଟକରୁ ୩ ଜଣ, ଗଞ୍ଜାମରୁ ଜଣେ, ଜଗତ୍‌ସିଂହପୁରରୁ ୨ ଜଣ, ଝାରସୁଗୁଡ଼ାରୁ ଜଣେ, ଖୋର୍ଦ୍ଧାରୁ ୨୬ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ଜଣେ, ସମ୍ବଲପୁରରୁ ଜଣେ, ସୁନ୍ଦରଗଡ଼ରୁ ୨ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୭ ଜଣ ଚିହ୍ନଟ ହୋଇଛନ୍ତି।

ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୮୫୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୪୩୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୩୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Leave A Reply

Your email address will not be published.