Webportal

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ ଜିଲ୍ଲାରେ ଝଡ଼ବର୍ଷା

0 101

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ ଜିଲ୍ଲାରେ ଝଡ଼ବର୍ଷା । ଦକ୍ଷିଣ- ପଶ୍ଚିମ ମୋସୁମୀ ବାୟୁ ଗତ ଗୁରୁବାର ଠାରୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ଆସି ପହଞ୍ଚିସାରିଥିବା ବେଳେ ଏପର୍ୟ୍ୟନ୍ତ ସମଗ୍ର ରାଜ୍ୟକୁ ଅଗ୍ରସର ହୋଇପାରି ନାହିଁ। ତେବେ, ରାଜ୍ୟର ପାଗ ଏବେ ଅନୁକୂଳ ରହିଥିବାରୁ ଆସନ୍ତା ଦିନେରୁ ଦୁଇଦିପ ମଧ୍ୟରେ ମୌସୁମୀ ସମଗ୍ର ରାଜ୍ୟକୁ ଅଗ୍ରସର ହେବାର ସମ୍ଭାବନା ରହିଛି।

ଏପରିସ୍ଥିତିରେ ଆଗାମୀ ୫ ଦିନ ପର୍ୟ୍ୟନ୍ତ ତମାମ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୧୯ ତାରିଖ, ରବିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଂଜାମ, ନୟାଗଡ଼, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.